୫ଦିନ ଧରି ରାଜ୍ୟରେ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା

Advertisment
୫ଦିନ ଧରି ରାଜ୍ୟରେ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୫ଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ହାଲକା ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ଆଜି ରାଜ୍ୟର ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ନବରଙ୍ଗପୁର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଢ଼େଙ୍କାନାଳ, କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ପବନ ସହ ହାଲକା ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏସବୁ ସ୍ଥାନକୁ ଛାଡି ଦେଲେ ଅନ୍ୟ ସବୁସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।

publive-image

ସେହିପରି ୧୮ ତାରିଖରେ ମାଲକାନଗିରି, କୋରାପୁଟ, ମୟୂରଭଞ୍ଜ,୧୯ରେ ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଞ୍ଜାମ ଓ ୨୧ରେ କୋରାପୁଟ, ନବରଙ୍ଗପୁର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ ଓ ବାଲେଶ୍ୱର ଆଦି ଜିଲ୍ଲାରେ କାଳବୈଶଖୀ ସହିତ ହାଲକା ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।

ତେବେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩.୨ ଡିଗ୍ରି ସେଲସିୟସ ସୋନପୁର ଠାରେ ରେକର୍ଡ କରା ଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୦.୬୦ ଡିଗ୍ରି ସେଲସିୟସ ଅନୁଗୁଳ ଠାରେ ରେକର୍ଡ କରା ଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe