Lightning strikes kill at least 120 in India - CNN cnn.com
ଭୁବନେଶ୍ୱର: ଆଜି ଓ ଆସନ୍ତା କାଲି ରାଜ୍ୟର ୧୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ସୋମବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, କନ୍ଧମାଳ ରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।
ସେହିପରି ୨୩ରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ବାଲେଶ୍ୱର, ସୋନପୁର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୪, ୨୫ ଓ ୨୬ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ବି ମାରିପାରେ । ତେଣୁ ଅନେକ ଜିଲ୍ଲାକୁ ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୬ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।
Follow Us