୨୬ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା

Advertisment
୨୬ ତାରିଖ ଯାଏଁ ଏସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା

News24

ଭୁବନେଶ୍ୱର: ରାଜ୍ୟର ୧୫ଟି ଜିଲ୍ଲାରେ ୨୨ରୁ ୨୩ ତାରିଖ ମଧ୍ୟରେ ଘଡ଼ଘଡ଼ି ସହ ହାଲକା ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ରହିପାରେ ବୋଲି ବୁଧବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, କନ୍ଧମାଳ, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା, କଳାହଣ୍ଡି, ନବରଙ୍ଗପୁର, ବଲାଙ୍ଗୀର, ସୁନ୍ଦରଗଡ଼, ନୟାଗଡ଼, ବୌଦ୍ଧ ରହିଛି। ଏହି ଜିଲ୍ଲାର କେତେକ ସ୍ଥାନରେ ସନ୍ଧ୍ୟାରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି।

ସେହିପରି ୨୩ରୁ ୨୪ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢ଼େଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି ଓ ବୌଦ୍ଧ ଆଦି ଜିଲ୍ଲାରେ କାଳବୈଶାଖୀ ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୨୪, ୨୫ ୨୬ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ଓ ହାଲକା ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ବି ମାରିପାରେ । ତେଣୁ ଅନେକ ଜିଲ୍ଲାକୁ ଏନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୬ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe