ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଛି ବୋଲି ବୁଧବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ମାଲକାନଗିରିରେ ସର୍ବାଧିକ ୩୬.୫ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୪.୦ ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି।
ଆସନ୍ତା ୭ ଓ ୮ତାରିଖରେ ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ଆଶଙ୍କା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ସେହିପରି ୮ ତାରିଖରେ ମାଲକାନଗିିିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ହାଲକା ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମାରିବା ନେଇ ଆଶଙ୍କା ରହିଛି। ୮ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା।