Business Standard
ଭୁବନେଶ୍ୱର: ସୋମବାର ସନ୍ଧ୍ୟା ସୁଦ୍ଧା ରାଜ୍ୟର ଚାରିଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ରିପୋର୍ଟ ପ୍ରକାଶ ପାଇଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେଓଗଡ଼ ଓ ଢ଼େଙ୍କାନାଳ ଆଦି ରହିଛି। ଏସବୁ ସ୍ଥାନକୁ ଛାଡ଼ିଦେଲେ ବାକି ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ।
Deccan Chronicleସେହିପରି ୧୦ରୁ ୧୧, ୧୨ ତାରିଖ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଜପତି, ଗଞ୍ଜାମ, ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। କାଳବୈଶାଖୀ ନେଇ ଏହି ୬ଟି ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ଦକ୍ଷିଣ ଓଡ଼ିଶା ସମେତ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ତେଣୁ ଏହି ସମୟରେ ଏସବୁ ଜିଲ୍ଲାର ବାସିନ୍ଦାକୁ ସତର୍କ ରହିବାକୁ ସୂଚାଇ ଦିଆଯାଇଛି।
Follow Us