Mapio.net
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଯୋଗୁଁ ରାଜ୍ୟର କିଛି ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ମାତ୍ର ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟରେ ବଡ଼ଧରଣର ବର୍ଷା ହେବାର ସୂଚନା ନଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଭୁବନନେଶ୍ବରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ଦେବଗଡ଼ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି।
ପାଣିପାଗ ବିଭାଗର ସୂଚନା ଅନୁସାରେ ଆସନ୍ତାକାଲି (ଗୁରୁବାର) ସକାଳ ସାଢ଼େ ୮ଟାରୁ ସେପ୍ଟେମ୍ବର ୧୭ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉଭୟ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହି ସମୟ ମଧ୍ୟରେ ବର୍ଷା ସହିତ ଘଡ଼ଘଡ଼ି ହେବାର ଆଶଙ୍କା ରହିଛି।
Follow Us