ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ, ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ, ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Skymet Weather

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ। ଏଥିସହ ଉତ୍ତର ଓ ଦକ୍ଷିଣ ଉପକୂଳରେ ବର୍ଷା ସମ୍ଭାବନା ରହିବ ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁରରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। କେବଳ ଏତିକି ନୁହେଁ ଉପକୂଳ ଓଡ଼ିଶାରେ ବି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ଉତ୍ତର-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହି ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯିବା ସହିତ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ସୂଚନା ଦିଆଯାଇଛି।

ସେହିପରି ସନ୍ଧ୍ୟା ସୁଦ୍ଧା କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଢ଼େଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୁଳ, କନ୍ଧମାଳ, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି ଓ ପୁରୀ ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଗୁରୁବାର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe