୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏକ ଅବପାତରେ ପରିଣତ ହୋଇ ଆଜି (୧୩, ଅକ୍ଟୋବର) ସକାଳେ ଉତ୍ତର ଆନ୍ଧ୍ରପ୍ରଦେଶର କାକିନାଡା ଉପକୂଳ ଦେଇ ସ୍ଥଳଭାଗ ଅତିକ୍ରମ କରିଯାଇଛି। ଆସନ୍ତା ୬ ଘଣ୍ଟା ମଧ୍ୟରେ ଏହା ସଂପୂର୍ଣ୍ଣ ରୂପେ ଦୁର୍ବଳ ହୋଇପଡ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ତେବେ, ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪, ଅକ୍ଟୋବର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଉପକୂଳ ଓଡିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ତଥା ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।

ଏହି ସମୟ ମଧ୍ୟରେ ରାଜ୍ୟର ଗଜପତି, ଗଞ୍ଜାମ, ରାୟଗଡା, ଖୋର୍ଧା, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe