ଉତ୍ତର ଓଡ଼ିଶାର ଏହି ସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ କାଳବୈଶାଖୀ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ଓଡ଼ିଶାର ବାଲେଶ୍ୱର, ଜଗତସିଂହପୁର, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, କେନ୍ଦୁଝର, ଢ଼େଙ୍କାନାଳ, ସମ୍ବଲପୁର, ଅନୁଗୁଳ, ଦେଓଗଡ଼, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ ଦକ୍ଷିଣ ଓଡ଼ିଶାର କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ କଳାବୈଶାଖୀ ସମ୍ଭାବନା ରହିଛି। ଆଜିଠାରୁ ୨୨ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି। ୨୩ ତାରିଖରୁ ପାଗ ମୁଖ୍ୟତଃ ଶୁଖିଲା ରହିବ।

ଗତକାଲି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିଲା। ଦେଓଗଡ଼ରେ ୬ମିମି, ବରଗଡ଼ରେ ୫ମିମି, ବଲାଙ୍ଗୀରରେ ୪ମିମି, ଢ଼େଙ୍କାନାଳରେ ୪ମିମି, ସୋନପୁରରେ ୩ମିମି, ସମ୍ବଲପୁରରେ ୩ମିମି, ବାଲେଶ୍ୱରରେ ୩ମିମି, ଅନୁଗୁଳରେ ୩ମିମି ବର୍ଷା ରେକର୍ଡ କରାଯାଇଥିଲା। ଏଥିସହିତ ଅନେକ ସ୍ଥାନରେ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି। ବର୍ତ୍ତମାନ ପରିସ୍ଥିତିରେ ଓଡ଼ିଶାର ମାଲକାନଗିରିରେ ୪୦.୦ଡିଗ୍ରି ସର୍ବାଧିକ ସେଲସିୟସ୍‌ ରେକର୍ଡ କରାଯାଇଥିବା ବେଳେ ଅନୁଗୁଳରେ ୧୪.୬ଡିଗ୍ରି ସେଲସିୟସ୍‌ ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି।

ସମ୍ବନ୍ଧିତ ଖବର