ଆସନ୍ତା ୨୪ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସେହିପରି ୧୩ରୁ ୧୪ ତାରିଖ ମଧ୍ୟରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ସମ୍ଭାବନା ରହିଛି। ୧୪ରୁ ୧୫ ତାରିଖ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାରେ ବି କାଳବୈଶାଖୀ ନେଇ ପୂର୍ବାନୁମାନ କରାଯାଇଛି। ୧୫ରୁ ୧୬ ତାରିଖ ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଓଡ଼ିଶାରେ ହଲକା ବର୍ଷା ହୋଇପାରେ। ୧୬ ଓ ୧୭ ତାରିଖରେ ବି କିଛି ସ୍ଥାନରେ କାଳବୈଶାଖୀ ସହିତ ବିଜୁଳି ଘଡ଼ଘଡ଼ି ମାରି ପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୭ ତାରିଖ ପରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

ସମ୍ବନ୍ଧିତ ଖବର