ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶା ସମେତ ୧୧ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କ ମଧ୍ୟରେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିର ଓ କୋରାପୁଟ ଆଦି ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟିସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି।
ସେହିପରି ୧୦ରୁ ୧୧ତାରିଖ ମଧ୍ୟରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଗଜପତି, ଗଞ୍ଜାମ ଆଦି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବା ସହିତ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୧ରୁ ୧୪ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୩ରୁ ୧୪ ତାରିଖ ମଧ୍ୟରେ ଦକ୍ଷିଣ ଓଡ଼ିଶା ତଥା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଅନୁଗୁଳ, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଆଦି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବା ସହ ଅନ୍ୟ ସବୁ ସ୍ଥାନରେ ପାଗ ମୁଖ୍ୟତଃ ଶୁଖିଲା ରହିବ।