ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏସବୁ ସ୍ଥାନରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି, ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ସେହିପରି ୨୫ରୁ ୨୬ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୨୬ରୁ ୨୭ ତାରିଖ ମଧ୍ୟରେ ହେବାକୁ ଥିବା କାଳବୈଶାଖୀ ନେଇ ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ବରଗଡ଼, ସୋନପୁର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା ଓ ଗଞ୍ଜାମ ଆଦି ଜିଲ୍ଲାର ବାସିନ୍ଦାକୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ୨୮ରୁ ୨୯ ତାରିଖରେ ବି କିଛିଟା ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଏହି ସମୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଦେଓଗଡ଼, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ସମ୍ବଲପୁର ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ରହିବାକୁ ଆଗୁଆ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର