ଆଜିଠାରୁ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି

ଆଜିଠାରୁ ଜୁଲାଇ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଏହି ସବୁ ଜିଲ୍ଲାକୁ କାଳବୈଶାଖୀ ନେଇ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ହାଲକା ବର୍ଷା ହୋଇପାରେ। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ କାଳବୈଶାଖୀ ନେଇ ଗୁରୁବାର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

publive-image

୨୮ରୁ ୨୯ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନ ସହିତ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ସମ୍ଭାବନା ରହିଛି। ସେହିପରି କୋରାପୁଟ, ଗଜପତି, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ଝାରସୁଗୁଡା, ସମ୍ବଲପୁର ଓ ଦେଓଗଡ଼ ଆଦି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ତେବେ ୨ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ଆଶଙ୍କା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe