ଆହୁରି ଗୋଟିଏ ଦିନ ପ୍ରବଳ ବର୍ଷିବ, ୪ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡା,ବରଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି  ରହିଛି।

ଏଥିସହିତ ୧୧ଟି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଝାରସୁଗୁଡା, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, କଟକ, ବାଲେଶ୍ୱର ଓ ଭଦ୍ରକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରଯାଇଛି। ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସେପ୍ଟେମ୍ବର ୩୦ରୁ ୩ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଏହାପରେ ୨ରୁ୩ ତାରିଖ ମଧ୍ୟରେ ବରଗଡ଼, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, ଢ଼େଙ୍କାନାଳ, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଥିବାରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ବଜ୍ରପାତ ସମୟରେ ସତର୍କ ରହିବାକୁ କୁହାଯାଇଛି।

ସମ୍ବନ୍ଧିତ ଖବର