୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ବାୟୁ ସ୍ୱାଭାବିକ ରହିଛି। ରାଜସ୍ଥାନରୁ ବଙ୍ଗୋପସାଗର ଯାଏ ଏକ ଟ୍ରଫ୍‌ ଲାଇନ୍‌ ଲମ୍ବିଛି। ଏହାର ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି। ଅଗଷ୍ଟ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ସ୍ୱଳ୍ପ ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

ସେହିପରି ୨ରୁ ୩ ତାରିଖ ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ବରଗଡ଼, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡା, ଅନୁଗୁଳ ଆଦି ରହିଛି। ଏଥିସହିତ ୩ରୁ ୪ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମୟୁରଭଞ୍ଜ, ପୁରୀ, ଜଗତସିଂହପୁର ସମେତ କଳାହାଣ୍ଡି, ମାଲକାନଗିରି, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

୩ରୁ ୪ ତାରିଖ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ମୟୁରଭଞ୍ଜ, ପୁରୀ, ଜଗତସିଂହପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ କଳାହାଣ୍ଡି, ମାଲକାନଗିରି, ଗଞ୍ଜାମ, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, କଟକ ଓ ଖୋର୍ଦ୍ଧା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିବା ଥିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ସମ୍ବନ୍ଧିତ ଖବର