୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିିରି, କନ୍ଧମାଳ, କଳାହାଣ୍ଡି, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ପୁରୀ, ଗଜପତି, ଗଞ୍ଜାମ, ରାୟଗଡ଼ା, ଖୋର୍ଦ୍ଧା, ବୌଦ୍ଧ ଓ ନବରଙ୍ଗପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେଣୁ ଏହି ଜିଲ୍ଲାର ବାସିନ୍ଦାଙ୍କୁ ଆଗୁଆ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସେହିପରି ୨୯ରୁ ୩୦ ତାରିଖ ମଧ୍ୟରେ ମୟୁରଭଞ୍ଜ, କୋରାପୁଟ, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡା, ବରଗଡ଼ ଓ କନ୍ଧମାଳ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୩୦ରୁ ୩୧ ତାରିଖ ମଧ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହିତ ୩୧ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର