ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

Advertisment
ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବା ସମ୍ଭାବନା ଥିବା ବେଳେ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ସେହିପରି ଜୁନ ୨୧ରୁ ୨୨ ମଧ୍ୟରେ ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଗଜପତି, ଗଞ୍ଜାମ ଓ ବରଗଡ଼ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୂୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ରୁ ୨୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପ୍ରବଳ ବର୍ଷା ହେତୁ ଉକ୍ତ ଜିଲ୍ଲାର ବସିନ୍ଦା‌ଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହିତ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି।। ଛତ୍ରପୁରରେ ସର୍ବାଧିକ ତାପମାତ୍ରା ୩୩.୦ଡିଗ୍ରି ସେଲସିୟସ ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୧୯.୦ଡିଗ୍ରି ସେଲସିୟସ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe