ଆଗାମୀ ଦୁଇଦିନ କାଳବୈଶାଖୀ ସମ୍ଭାବନା ଥିବା ବେଳେ ଏସବୁ ଜିଲ୍ଲାରେ ତୃତୀୟ ଦିନକୁ ପ୍ରବଳ ବର୍ଷା!

ଭୁବନେଶ୍ବର: ରାଜ୍ୟରେ ଆଗାମୀ ଦୁଇଦିନ କାଳବୈଶାଖୀ ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା , ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ୯ଟି ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୭ରୁ ୧୮ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳ‌ବୈଶାଖୀ ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହିତ ୧୮ରୁ ୨୧ ତାରିଖ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଓ କାଳବୈଶାଖୀ ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏଯାବତ ରାଜ୍ୟର ସମ୍ବଲପୁର ଜିଲ୍ଲାରେ ସର୍ବାଧିକ ତାପମାତ୍ରା ୩୫.୯ଡିଗ୍ରି ଥିବାବେଳେ ଫୁଲବାଣୀରେ ୧୯.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାନମାତ୍ରା ରହିଛି।

 

ସମ୍ବନ୍ଧିତ ଖବର