ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ହୋଇପାରେ।
ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି,କନ୍ଧମାଳ,ବୌଦ୍ଧ, ଢ଼େଙ୍କାନାଳ ଓ ମୟୁରଭଞ୍ଜ ରହିଛି।
ସେହିପରି କାଳବୈଶାଖୀ ଓ ବଜ୍ରପାତ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼,ଅନୁଗୁଳ, କେନ୍ଦୁଝର, ସୁବର୍ଣ୍ଣପୁର,ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର,ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ରହିଛି। ଏତଦ୍ ବ୍ୟତୀତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅନେକ ଜିଲ୍ଲାରେ ବର୍ଷାର ବି ସମ୍ଭାବନା ରହିଛି।
ଏଥିସହିତ ୧୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ କାଳବୈଶାଖୀ ଓ ବଜ୍ରପାତର ସମ୍ଭାବନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/05/download-10.jpg)