କେନ୍ଦୁଝର ଓ ସୁନ୍ଦରଗଡ଼ ସମେତ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ା ଆଦି ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ସେପ୍ଟେମ୍ବର ୨୨ରୁ ୨୩ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଓ ବଜ୍ରପାତ ସମ୍ଭାବନା ରହିଛି।

ସେପ୍ଟେମ୍ବର୨୩ରୁ ୨୫ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଏହାପରେ ସେପ୍ଟେମ୍ବର ୨୫ରୁ ୨୭ ତାରିଖ ମଧ୍ୟରେ ରାଜ୍ୟରେ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ଓ କାଳବୈଶାଖୀ ସମ୍ଭାବନା ରହିଛି। ପ୍ରବଳ ବର୍ଷା ଓ କାଳବୈଶାଖୀ ସମ୍ଭାବନା ଥିବାରୁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଝାରସୁଗୁଡ଼ାରେ ସର୍ବାଧିକ ୩୪.୬ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ ଫୁଲବାଣୀ ଓ ସୁବର୍ଣ୍ଣପୁରରେ ୨୧.୫ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର