ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହି ସବୁ ଜିଲ୍ଲାରେ ରହିଛି ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହୋଇ ଯାଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ସୁନ୍ଦରଗଡ଼, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଦେଓଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସେହିପରି ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧାରଣର ବର୍ଷା ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Metweather

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଉତ୍ତର-ପୂର୍ବ ମଧ୍ୟପ୍ରଦେଶରୁ ଉତ୍ତର-ମଧ୍ୟ ମହାରାଷ୍ଟ୍ର ପର୍ଯ୍ୟନ୍ତ ଗୋଟିଏ ଟ୍ରଫ ଲାଇନ ସମୁଦ୍ର ପତ୍ତନ ଠାରୁ ୩.୧ କିମି ଉପରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସମସ୍ତ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର