କମିଲା ଶୀତ; ବୁଧବାର ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟ ମଧ୍ୟକୁ ପ୍ରବାହିତ ହେଉଥିବା ଶୀତ ଲହରୀର ପ୍ରବାହ ବନ୍ଦ ହୋଇ ଏବେ ଶୁଷ୍କ ପବନ ପ୍ରବାହିତ ହେଉଛି। ଫଳରେ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଶୁଖିଲା ପାଗ ବିସ୍ତାର କରିବା ସହ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା ଉପରେ ସର୍ବନିମ୍ନ ତାପମାତ୍ରା ଯଥେଷ୍ଟ ବୃଦ୍ଧି ଘଟିଥିବାର ଦେଖିବାକୁ ମିଳିଛି। ସେହିପରି ଦକ୍ଷିଣ, ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକ ଉପରେ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରଜ୍ୟର ସର୍ବାଧିକ ତାପମାତ୍ରା ଭୁବନେଶ୍ୱର ଠାରେ ୩୫.୪ ଡିଗ୍ରି ରେକର୍ଡ କରାଯାଇଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରି ଫୁଲବାଣୀ ଠାରେ ରେକର୍ଡ କରାଯାଇଛି।

ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସୂଚନାରେ କୁହାଯାଇଛି ଯେ ସୋମବାର ଦିନ ରାଜ୍ୟର ପାଗ ମୁଖ୍ୟତଃ ଶୁ୍‌ିଲା ଓ ଖରାଟିଆ ରହିବ। ତେବେ, ମଙ୍ଗଳବାର ଦିନ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜର ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଓଡିଶାର ବାକି ଜିଲ୍ଲାମାନଙ୍କରେ ଶୁଖିଲା ପାଗ ହେବାର ସମ୍ଭାବନା ରହିଛି।

MetWeather

ସେହିପରି ବୁଧବାର ଦିନ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର ଏବଂ ଅନୁଗୁଳ ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ବାଲେଶ୍ୱର, ଭଦ୍ରକ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।

ହେଲେ, ଏହି ସମୟ ମଧ୍ୟରେ ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲା ଉପରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ କାଳବୈଶାଖୀର ହେବାର ସମ୍ଭାବନା ରହିଥିବାରୁ ଏହି ୧୦ଟି ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧିତ ଖବର