ବର୍ଷା ସହିତ ବଜ୍ରପାତ ଆଶଙ୍କା

Advertisment
ବର୍ଷା ସହିତ ବଜ୍ରପାତ ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ବର୍ତ୍ତମାନ ସୁଦ୍ଧା ଟିଟଲାଗଡ଼ରେ ୪୧.୨ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସେହିପରି ଜୁନ ୭ରୁ ୮ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା,ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି।

ଏତଦ ବ୍ୟତୀତ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର,ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଆଦି ଜିଲ୍ଲାକୁ ‌ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋୱାର୍ଣ୍ଣିଂ  ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe