୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା; ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଜି (ସୋମବାର) ଅପରାହ୍ନ ୧ଟା୩୦ରୁ ଆସନ୍ତାକାଲି (ମଙ୍ଗଳବାର) ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଜାରି ହୋଇଥିବା ସତର୍କ ସୂଚନା ଅନୁଯାୟୀ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ରାଜ୍ୟର ବାକି ଜିଲ୍ଲାଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ।

publive-image

ତେବେ, ଏହି ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ଓ ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୬ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାରିପାଗ ବିଭାଗ।

ଏହାପରେ ୬ରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ କାଳବୈଶାଖୀ ସମ୍ଭାବନା ନଥିବା କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe