୧୦ରୁ ଊର୍ଧ୍ବ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା: ୟେଲୋ ୱାର୍ଣ୍ଣିଂ ଜାରି

Advertisment
ଜଙ୍ଗଲରୁ କାଠ ନେଇ ଆସୁଥିବାବେଳେ ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଝା‌ରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ,କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, କଳାହାଣ୍ଡି,ବୌଦ୍ଧ ଓ ରାୟଗଡ଼ା ରହିଛି। ଏହି ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମୟରେ ୩୦ରୁ ୪୦କିମି ବେଗରେ ପବନ ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାଦେଇଛି।

Light to moderate rain with lightning flashes likely over country |  2018-05-04

ଏଥିସହିତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କଟକ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ମଧ୍ୟ ‌ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୧୦ ତାରିଖ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe