ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଏସବୁ ଜିଲ୍ଲାରେ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ମୌସୁମୀ ଦୁର୍ବଳ ଥିବାରୁ କିଛିକିଛି ସ୍ଥାନରେ ବର୍ଷା ହେଉଛି। ଆଜି ଅପରାହ୍ନରେ ରାଜଧାନୀରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ରବିବାର ପୂର୍ବାନୁମାନ କରିଛି।

୨୮ରୁ ୨୯ ତାରିଖ ମଧ୍ୟରେ ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭବାନା ରହିଛି। ସେଥିପାଇଁ ଆଞ୍ଚଳିକ ପାଣିପାଗ ବିଭାଗ ଉକ୍ତ ଜିଲ୍ଲାଗୁଡ଼ିକରେ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି। ସେହିପରି ବଜ୍ରପାତ ପାଇଁ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, କଳହାଣ୍ଡି, କନ୍ଧମାଳ, ଦେଓଗଡ଼, ସମ୍ବଲପୁର, ନୂଆପଡ଼ା, କୋରାପୁଟ ଓ ବଲାଙ୍ଗୀର ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨୯ରୁ ୩୦ ତାରିଖ ମଧ୍ୟରେ ବଜ୍ରପାତ ନେଇ ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେଓଗଡ଼, ଅନୁଗୁଳ, ଢ଼େଙ୍କାନାଳ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଥିବା ନେଇ ବି ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣଂ ଜାରି କରିଛି। ଜୁନ୍‌ ୩୦ରୁ ଜୁଲାଇ ୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ପାଇଁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରି ଘରେ ସୁରକ୍ଷିତ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe