ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା

ନୂଆଗାଁରେ ବଜ୍ରାଘାତରେ ମେଣ୍ଢାଚରାଳି ମୃତ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ତେଣୁ ଏହି ଜିଲ୍ଲାକୁ ଭୁବନେଶ୍ୱର ପାଣିପାଗ ବିଜ୍ଞାନକେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, କଳାହାଣ୍ଡି, ଗଞ୍ଜାମ, ଗଜପତି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ରହିଛି।

୨୦ ତାରିଖ ପରେ ପାଗମୁଖ୍ୟତଃ ୨୪ ତାରିଖ ପର୍ଯ୍ୟନ୍ତ ଶୁଖିଲା ରହିବ। ୨୫ ତାରିଖରେ ୫ରୁ ଊର୍ଧ୍ୱ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ରହିଛି।

publive-image

ଗତକାଲି ମୟୁରଭଞ୍ଜରେ ୩ମିମି, ସମ୍ବଲପୁରରେ ୨ମିମି, ବଲାଙ୍ଗୀରରେ ୧ମିମି, ବାଲେଶ୍ୱରରେ ୧ମିମି, ଗଞ୍ଜାମରେ ୧ମିମି, କୋରାପୁଟରେ ୧ମିମି, ଗଜପତିରେ ୧ମିମି ବର୍ଷା ରେକର୍ଡ କରାଯାଇଥିଲା। ରାଜ୍ୟରେ ଗୋପାଳପୁରରେ ସର୍ବାଧିକ ତାପମାତ୍ରା ୩୫.୫ ଡିଗ୍ରି ସେଲସିୟସ୍‌ ଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୬.୦ ଡିଗ୍ରି ସେଲସିୟସ୍‌ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe