ଭୁବନେଶ୍ୱର: ଆଜି ସଂଧ୍ୟା ୫ଟାରୁ ୬ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ସାମାନ୍ୟ ବର୍ଷା ହେବାର ଆଶଙ୍କା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ରହିପାରେ ବୋଲି ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ହୋଇଛି। ଏହି ସମୟରେ ବଜ୍ରପାତ ଆଶଙ୍କା ରହିଥିବା ହେତୁ ଏହି ଜିଲ୍ଲାର ବାସିନ୍ଦାମାନଙ୍କୁ ସେ ସମୟରେ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆଜି ସଂଧ୍ୟାରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିର କେତେକ ସ୍ଥାନରେ ଘଡ଼ଘଡ଼ି ବର୍ଷା ସହ ବଜ୍ରପାତ ଆଶଙ୍କା
/sambad/media/post_attachments/wp-content/uploads/2019/05/images-20.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)