ଆସନ୍ତା ୨ ଦିନ ବିଜୁଳି, ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ବର: ଆସନ୍ତା ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌.ଆର୍‌ ବିଶ୍ୱାସ କହିଛନ୍ତି ଯେ କିଛି ଜିଲ୍ଲାରେ ଆସନ୍ତାକାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି, ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ବାଲେଶ୍ବର, କନ୍ଧମାଳ ଓ ଗଞ୍ଜାମ ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଶ୍ରୀ ବିଶ୍ବାସ କହିଛନ୍ତି। ୨୯ ତାରିଖରେ ମଧ୍ୟ ଏହିଭଳି ଅଧିକାଂଶ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨ ଦିନର ବିରତି ପରେ ପୁଣି ଥରେ ୧ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।

ସମ୍ବନ୍ଧିତ ଖବର