୨୪ ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ : ଆଜିଠୁ ୧୪ ଯାଏ ପ୍ରବଳ ବର୍ଷିବ

Advertisment

ଆସୁଛି ଆଉ ଦୁଇଟି ଲଘୁଚାପ

ଆସୁଛି ଆଉ ଦୁଇଟି ଲଘୁଚାପ

ବଙ୍ଗୋପସାଗରରେ ଲଘୁଚାପ : ୫ ଯାଏ ପ୍ରବଳ ବର୍ଷା, ସଜାଗ ରହିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

The Indian Express

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ୧୪ ତାରିଖ ଯାଏ ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି। ଅ‌ନ୍ୟପଟେ ବିଭିନ୍ନ ମଡେଲର ଆକଳନ କହୁଛି, ଆଗକୁ ଆଉ ଦୁଇଟି ଲଘୁଚାପ ଆସୁଛି। ଆଣ୍ଡାମାନ ସାଗରରେ ହିଁ ଆସନ୍ତା ୧୩ ଓ ୨୧ ତାରିଖରେ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବ। ଲଗାତାର ତିନି ତିନିଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୫ ତାରିଖ ଯାଏ ବର୍ଷା ଲାଗି ରହିବ। ତିନିଟି ଯାକ ଲଘୁଚାପ ଆନ୍ଧ୍ରପ୍ରଦେଶମୁହାଁ ହେବାର ସମ୍ଭାବନା ଥିବାରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ଲାଗିରହିବାର ଆଶଙ୍କା ରହିଛି। ବିଶେଷ କରି ଦକ୍ଷିଣ ଉପକୂଳ ଓଡ଼ିଶାରେ ସର୍ବାଧିକ ବର୍ଷା ରେକର୍ଡ ହେବ ବୋଲି ପାଣିପାଗ ବିଜ୍ଞାନୀମାନେ ପୂର୍ବାନୁମାନ କରିଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ବାସ କହିଛନ୍ତି, ଗତକାଲି ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆଜି ଅଧିକ ଘନୀଭୂତ ହୋଇ ଲଘୁଚାପ ବଳୟରେ ପରିଣତ ହୋଇଛି। ଏହି ଲଘୁଚାପ ବଳୟ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଉପରେ ରହିଛି। ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟଟି ବାୟୁମଣ୍ଡଳର କେନ୍ଦ୍ର ପର୍ଯ୍ୟନ୍ତ ପରିବ୍ୟାପ୍ତ ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହାପରେ ଏହା ଆହୁରି ଘନୀଭୂତ ହେବ ଓ ଗଭୀର ଅବପାତରେ ପରିଣତ ହେବ। ଧୀରେଧୀରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୧୨ ତାରିଖ ସଂଧ୍ୟା ସୁଦ୍ଧା ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ସ୍ପର୍ଶ କରିବ। ଏହାର ପ୍ରଭାବରେ ରାଜ୍ୟରେ ୧୪ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ବିଶେଷ କରି ଉପକୂଳ ଜିଲ୍ଲାଗୁଡ଼ିକରେ ଅଧିକ ବର୍ଷା ହେବ। ଏହି ସମୟରେ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବା ସହ ମଝିରେ ମଝିରେ ୬୫ କିମି ବେଗରେ ପବନର ଝଟ୍‌କା ଅନୁଭୂତ ହେବ। ଏଣୁ ମତ୍ସ୍ୟଜୀବୀମା‌ନଙ୍କୁ ୧୧ରୁ ୧୩ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ଶ୍ରୀ ବିଶ୍ବାସ କହିଛନ୍ତି ଆସନ୍ତାକାଲିଠାରୁ ସାରା ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। କାଲି ବିଶେଷ କରି ପୁରୀ, ଗଜପତି, ଗଞ୍ଜାମ, ରାୟଗଡ଼ା, ଜଗତସିଂହପୁର, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହେବ। ୧୨ ତାରିଖ ଦିନ ବର୍ଷାର ପରିମାଣ ବଢ଼ିବ। ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼‌ା ଓ କୋରାପୁଟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଥିବାରୁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ମ‌ାଲକାନଗିରି, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ହେବ। ସେହିପରି ୧୩ ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି ଓ ରାୟଗଡ଼ାରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଆଗକୁ ଆଉ ଦୁଇଟି ଲଘୁଚାପ ସୃଷ୍ଟି ହେବ। ସଦ୍ୟ ସୃଷ୍ଟି ହୋଇଥିବା ଲଘୁଚାପ ଭଳି ଆସନ୍ତା ୧୩ ଓ ୨୧ ତାରିଖରେ ମିଆଁମାର୍‌ ଉପକୂଳ ଉତ୍ତର ଆଣ୍ଡାମାନ ସାଗରରେ ଏହି ଦୁଇଟି ଲଘୁଚାପ ସୃଷ୍ଟି ହେବ। ଏହା ଧୀରେଧୀରେ ଗତିଶୀଳ ହୋଇ ଆନ୍ଧ୍ର-ଓଡ଼ିଶା ମୁହାଁ ହେବ। ଫଳରେ ଆସନ୍ତାକାଲିଠାରୁ ୨୫ ତାରିଖ ଯାଏ ଏହି ତିନୋଟି ଲଘୁଚାପ ପ୍ରଭାବରେ ବର୍ଷା ଲାଗିରହିବ। ପ୍ରାଥମିକ ଆକଳନରୁ ଜଣାପଡ଼ୁଛି ୧୩ ତାରିଖରେ ସୃଷ୍ଟି ହେବାକୁ ଯାଉଥିବା ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ଫଳରେ ବର୍ତ୍ତମାନର ଲଘୁଚାପ ଅପେକ୍ଷା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe