ସୃଷ୍ଟି ହେଲା ଲଘୁଚାପ: ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷିବ, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର : ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଶନିବାର ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ବି ହୋଇଯାଇଛି। ରାଜ୍ୟରେ ଆଜି ମଧ୍ୟ ବର୍ଷା ଜାରି ରହିବ। ତେବେ ୮ ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଅନ୍ୟପଟେ ମୌସୁମୀ ଟ୍ରଫ୍‌ ଏବେ ଫିରୋଜପୁର, ଦିଲ୍ଲୀ, ଗ୍ବାଲିଅର୍‌, ସିଧି ଓ ଝାରସୁଗୁଡ଼ା ହୋଇ ଆଜି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରର ମଧ୍ୟ ଦେଇ ଗତି କରୁଛି। ଫଳରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି। ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ମଧ୍ୟ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଥିବା ବେଳେ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣି ଜାରି ହୋଇଛି। ୩୦ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ। କିନ୍ତୁ ରାଜ୍ୟରେ ମୌସୁମୀ ସକ୍ରିୟ ରହିଥିବାରୁ କିଛି କିଛି ସ୍ଥାନରେ ମୌସୁମୀଜନିତ ବର୍ଷା ହୋଇପାରେ। ଆସନ୍ତାକାଲି ଭୁବନେଶ୍ବର ଓ ଏହା ସଂଲଗ୍ନ ଅଞ୍ଚଳରେ ପାଗ ମେଘୁଆ ରହିବ। ଏଥିସହ ବର୍ଷା ବି ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର