ରାଜ୍ୟରେ ୪ ଓ ୫‌ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା

ଉପକୂଳରେ ଦିନସାରା ବର୍ଷିଲା; ଆଜିଠାରୁ ବର୍ଷା କମିବ, ୧୯ରୁ ପାଗ ଶୁଖିଲା

Image Courtesy of NDTV

ଭୁବନେଶ୍ବର : ଉତ୍ତର ଓଡ଼ିଶା ଓ ସଂଲଗ୍ନ ଅଞ୍ଚଳରେ ଆସନ୍ତା ୪ ତାରିଖ ବେଳକୁ ଏକ ଲଘୁଚାପ ‌କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଆସନ୍ତା ୪ ତାରିଖରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ୨ ଓ ୩ ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆଜି ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, ଝାରସୁଗୁଡ଼ା, ଅନୁଗୁଳ, ଢେଙ୍କାନାଳ, ‌କେନ୍ଦୁଝର, କଟକ, ଜଗତସିଂହପୁର, ‌କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ସେହିଭଳି ୩ ତାରିଖ ଦିନ ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ନୂଆପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୪ ତାରିଖଠାରୁ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢ଼ିବ। ଯାଜପୁର, ଭଦ୍ରକ, ଢେଙ୍କାନାଳ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ବାଲେଶ୍ବର, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼ ଓ ଖୋର୍ଧା ଜିଲ୍ଲାର କିଛି କିଛି ସ୍ଥାନରେ ବି ସେହିଦିନ ପ୍ରବଳ ବର୍ଷିପାରେ। ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା, ‌ବୌଦ୍ଧ, ସୋନପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦୁଝର ଓ ନୂଆପଡ଼ା ଆଦି ଜିଲ୍ଲାରେ ୫ତାରିଖ ଦିନ ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି। ଆଜି ମଧ୍ୟ ରାଜଧାନୀ ଓ ଏହାର ସଂଲଗ୍ନ ଅଞ୍ଚଳର ପାଗ ମେଘୁଆ ରହିବ। ବର୍ଷା ସମ୍ଭାବନା ମଧ୍ୟ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe