ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା

Experience Kerala

ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଜାରି ରହିଛି। ଆଉ ୪ ଦିନ ଏମିତି ପାଗ ଲାଗି ରହିବ। ଆସନ୍ତାକାଲି (ଶନିବାର)ଠାରୁ ବର୍ଷାର ପରିମାଣ ବଢ଼ିବ ଓ ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅପରପକ୍ଷେ ମଝିରେ ମଝିରେ ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ସମୁଦ୍ର ଭିତରକୁ ନ ଯିବାକୁ କେନ୍ଦ୍ର ମତ୍ସ୍ୟଜୀବୀମାନଙ୍କୁ ବାରଣ କରିଛି।

କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି, ଗତକାଲିର ଏହି ଲଘୁଚାପ କ୍ଷେତ୍ରର ଯେଉଁ ସ୍ଥିତି ରହୁଛି, ବର୍ତ୍ତମାନ ଉତ୍ତର-ପଶ୍ଚିମ ତଥା ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ଏବଂ ଓଡ଼ିଶା ତଥା ଉତ୍ତର ଆନ୍ଧ୍ର ଉପକୂଳ ଅଞ୍ଚଳରେ ଏହା ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୫.୮କିମି ଯାଏ ବ୍ୟାପିଛି। ଏହାସହ ଆଉ ଏକ ଘୂର୍ଣ୍ଣିବଳୟ ଦକ୍ଷିଣ ଛତିଶଗଡ଼ ତଥା ଏହାର ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୭.୬ କିମି ଯାଏ ବ୍ୟାପିଛି। ଲଘୁଚାପ ସହ ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।

ଆସନ୍ତାକାଲି ପୂର୍ବାହ୍ନ ପର୍ଯ୍ୟନ୍ତ ଓଡ଼ିଶାର ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅପରାହ୍‌ଣଠାରୁ ବର୍ଷାର ପରିମାଣ ବଢ଼ିବ। ରାଜ୍ୟର ପ୍ରାୟ ସମସ୍ତ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ଏଥିସହ ୧୨ଜିଲ୍ଲା ଯଥା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ଗଞ୍ଜାମ, ପୁରୀ, ସୋନପୁର, ନୟାଗଡ଼, ରାୟଗଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ‌ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪, ୫ ଓ ୬ ତାରିଖରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏହି ତିନି ଦିନ ପାଇଁ କିଛି କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୪ ତାରିଖ ଦିନ ଦକ୍ଷିଣ ଓ ଉତ୍ତର ଓଡ଼ିଶାର ଅଧିକାଂଶ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ହେବ। ୫ ଓ ୬ତାରିଖ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ଓ ଉପକୂଳବର୍ତୀ ଜିଲ୍ଲାଗୁଡ଼ିକରେ ଧୀରେଧୀରେ କମିବ। କିନ୍ତୁ ୬ ତାରିଖ ଯାଏ ରାଜ୍ୟର କିଛି କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ସତର୍କ ରହିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe