ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରୁ ମଦ ମିଳିବା ଘଟଣା, ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

୩ ଦିନ ଭିତରେ ସିଡିଏମଓ ରିପୋର୍ଟ ଦେବେ: ନବ ଦାସ

ଭୁବନେଶ୍ବର : ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟରେ ମଦ ମିଳିବା ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ। ଘଟଣାର ତଦନ୍ତ କରି ଆସନ୍ତା ୩ ଦିନ ଭିତରେ ରିପୋର୍ଟ ଦେବାକୁ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ଦାସ ସିଡିଏମଓଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରକାଶଥାଉକି, ଗତକାଲି ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟର ସିକ୍ୟୁରିଟି ରୁମରେ ମଦ ବୋତଲ ମିଳିଥିବା ନେଇ ଅଭିଯୋଗ ହୋଇଥିଲା।

ସମ୍ବନ୍ଧିତ ଖବର