ରାଜ୍ୟରେ ଲୋକ ଅଦାଲତ: ୬୪୩୨ ମାମଲା ଫଇସଲା

କଟକ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସାରା ରାଜ୍ୟରେ ୬ ହଜାର ୪୩୨ଟି ମାମଲାର ଆପୋସ ବୁଝାମଣା ଜରିଆରେ ଫଇସଲା ହୋଇଛି। ଜରିମାନା ଓ କ୍ଷତିପୂରଣ ବାବଦରେ ୬୭ କୋଟି ୩୪ ଲକ୍ଷ ୯୭ ହଜାର ୫୧୩ ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଫୌଜଦାରୀ, ଦେଵାନୀ, ଚେକ୍‌ ବାଉନ୍ସ ମାମଲା, ମଟର ଦୁର୍ଘଟଣାଜନିତ କ୍ଷତିପୂରଣ ମାମଲା, ବ୍ୟାଙ୍କ ଋଣ, ପାରିବାରିକ ଓ ବୈବାହିକ ମାମଲା, ରାଜସ୍ବ ମାମଲା, ଶ୍ରମିକ ସ˚ପର୍କିତ ମାମଲା, ଚାକିରି ଓ ବକେୟା ପ୍ରାପ୍ୟ ସ˚କ୍ରାନ୍ତୀୟ ମାମଲା, ବିଦ୍ୟୁତ ଓ ଜଳ ଯୋଗାଣ ଦେୟ ସ˚ପର୍କିତ ବିବାଦ, ଜମି ଅଧିଗ୍ରହଣ ସମ୍ବନ୍ଧୀୟ ମାମଲା, ରେଳବାଇ ଆଇନ, ମୋଟର ଭେଇକିଲ ଆକ୍ଟ ସ˚ପର୍କିତ ମାମଲାଗୁଡିକର ଶୁଣାଣି କରାଯାଇ ଆପୋସ ସହମତି ଆଧାରରେ ଫଇସଲା କରାଯାଇଛି। ପ୍ରାକ୍‌ ମୋକଦ୍ଦମାସ୍ତରୀୟ ୪୫ ହଜାର ୩୪୪ଟି ମାମଲା ମଧୢରୁ ୨ ହଜାର ୫୩୩ଟି ମାମଲା ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଫଇସଲା କରାଯାଇଥିଲା। ସେହିଭଳି ୩୫ ହଜାର ୭୦ଟି ବିଚାରାଧୀନ ମାମଲା ମଧୢରୁ ୩ ହଜାର ୮୯୯ଟି ମାମଲା ଆପୋଷ ବୁଝାମଣାରେ ଫୈସଲା କରାଯାଇଛି ବୋଲି ରାଜ୍ୟ ଆଇନସେବା ପ୍ରାଧିକରଣ ସଦସ୍ୟ ସଚିବ ବାଳକୃଷ୍ଣ ମହାପାତ୍ର ସୂଚନା ଦେଇଛନ୍ତି। ଏଥି ସହିତ ହାଇକୋର୍ଟରେ ଅନୁଷ୍ଠିତ ଲୋକ ଅଦାଲତରେ ୧୨୩ଟି ମାମଲାର ଫଇସଲା କରାଯାଇ ୩ କୋଟି ୫୬ ଲକ୍ଷ ୬୮ ହଜାର ୩ ଶହ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଥିବା ଜିଲ୍ଲାସ୍ତରୀୟ ଓ ତାଲୁକାସ୍ତରୀୟ ବିଚାର ବିଭାଗୀୟ ଅଦାଲତ ପରିସରରେ ଆଜି ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ପ୍ରାଧିକରଣର ସଦସ୍ୟ ସଚିବ ବାଳକୃଷ୍ଣ ମହାପାତ୍ରଙ୍କ ତତ୍ତ୍ବାବଧାନରେ ଉପସଚିବ ଦୀପକ ର˚ଜନ ସାହୁ, ସହକାରୀ ସଚିବ ନିହାର ର˚ଜନ ଲେଙ୍କା ଓ ସ˚ସ୍ଥା ଅଧିକାରୀ କମଳାକାନ୍ତ କର ପ୍ରମୁଖ ରାଷ୍ଟ୍ରୀୟ ଲୋକ ଅଦାଲତ ଆୟୋଜନରେ ସହଯୋଗ କରିଥିଲେ।

ସମ୍ବନ୍ଧିତ ଖବର