ଲୋକ ଅଦାଲତ : କ୍ଷତି ପୂରଣ ବାବଦରେ ୬୧ କୋଟି ୮୧ ଲକ୍ଷ ଟଙ୍କା ଆଦାୟ

ରାଜ୍ୟରେ ୯ ହଜାର ୨୮୬ଟି ମାମଲା ଫୈସଲା

କଟକ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଆୟୋଜିତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସାରା ରାଜ୍ୟରେ ୯ ହଜାର ୨୮୬ଟି ମାମଲାର ଆପୋଷ ବୁଝାମଣା ଜରିଆରେ ଫୈସଲା ହୋଇଛି। ଜରିମାନା ଓ କ୍ଷତି ପୂରଣ ବାବଦରେ ୬୧ କୋଟି ୮୧ ଲକ୍ଷ ୬୮ ହଜାର ୬୩ ଟଙ୍କା ଆଦାୟ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଲୋକ ଅଦାଲତରେ ଉଭୟ ବିଚାରାଧୀନ ଓ ପ୍ରକ୍‌-ମୋକଦ୍ଦମା ସ୍ତରୀୟ ସମାଧାନ ଯୋଗ୍ୟ ମାମଲାର ସମାଧାନ କରାଯାଇଛି। ପ୍ରାକ୍‌ ମୋକଦ୍ଦମା ସ୍ତରୀୟ ୫୧ ହଜାର ୩୨୫ଟି ମାମଲା ମଧୢରୁ ୨ ହଜାର ୭୪୪ଟି ମାମଲା ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଫୈସଲା କରାଯାଇଥିଲା। ସେହିଭଳି ୪୬ ହଜାର ୯୧୨ଟି ବିଚାରାଧୀନ ମାମଲା ମଧୢରୁ ୬ ହଜାର ୫୪୨ଟି ମାମଲା ଆପୋଷ ବୁଝାମଣାରେ ଫୈସଲା କରାଯାଇଛି ବୋଲି ଓଡ଼ିଶା ରାଜ୍ୟ ଆଇନସେବା ପ୍ରଧିକରଣ ପକ୍ଷରୁ ସୂଚନା ମିଳିଛି। ଏଥି ସହିତ ହାଇକୋର୍ଟରେ ଅନୁଷ୍ଠିତ ଲୋକ ଅଦାଲତରେ ୧୨୭ଟି ମାମଲାର ଫୈସଲା କରାଯାଇ ୬ କୋଟି ୨୯ ଲକ୍ଷ ୯ ହଜାର ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ଲିଗାଲ୍‌ ସର୍ଭିସେସ୍‌ ଅଥରିଟି ନିର୍ଦ୍ଦେଶରେ ରାଜ୍ୟ ଆଇନସେବା ପ୍ରାଧିକରଣ ଆନୁକୂଲ୍ୟରେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା। ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଥିବା ଜିଲ୍ଲା ସ୍ତରୀୟ ଓ ତାଲୁକା ସ୍ତରୀୟ ବିଚାରବିଭାଗୀୟ ଅଦାଲତ ପରିସରରେ ଆଜି ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ପ୍ରାଧିକରଣର ସଦସ୍ୟ ସଚିବ ଦେବାଶିଷ ନାୟକଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ରାଷ୍ଟ୍ରୀୟ ଲୋକ ଅଦାଲତର ଆୟୋଜନରେ ଉପସଚିବ ଦୀପକ ର˚ଜନ ସାହୁ, ସହକାରୀ ସଚିବ ଜ୍ୟୋତି ରଂଜନ ଦାଶ ଓ ସ˚ସ୍ଥା ଅଧିକାରୀ କମଳାକାନ୍ତ କର ପ୍ରମୁଖ ସହଯୋଗ କରିଥିଲେ।

ହାଇକୋର୍ଟରେ ଜାତୀୟ ଲୋକ ଅଦାଲତ : ୧୨୭ ମାମଲା ଫୈସଲା, ୬ କୋଟି ୨୯ ଲକ୍ଷ କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ

କଟକ : ହାଇକୋର୍ଟରେ ଆଜି ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ୍‌ କେ.ଏସ୍‌.ଜାଭେରୀ, ପ୍ରଧିକରଣର କାର୍ଯ୍ୟ ନିର୍ବାହୀ ଅଧୢକ୍ଷା କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ତା ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷ ଜଷ୍ଟିସ ସି.ଆର୍.ଦାଶଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ହାଇକୋର୍ଟ ଆଇନସେବା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ୧୨୭ଟି ମାମଲାର ଆପୋଷ ବୁଝାମଣାରେ ଫୈସଲା କରାଯାଇଛି। ୭୯୯ଟି ମାମଲା ଶୁଣାଣି ପାଇଁ ତାଲିକାଭୁକ୍ତ ହୋଇଥିଲା। ଜଷ୍ଟିସ୍ ସି.ଆର୍.ଦାଶ, ଡକ୍ଟର ଜଷ୍ଟିସ୍ ଏ.କେ.ରଥ, ଜଷ୍ଟିସ୍ ବିଶ୍ବନାଥ ରଥ, ଜଷ୍ଟିସ୍ ସଙ୍ଗମ କୁମାର ସାହୁ, ଜଷ୍ଟିସ୍‌ କେ.ଆର‌୍‌.ମହାପାତ୍ର, ଡକ୍ଟର ଜଷ୍ଟିସ ଏ.କେ.ମିଶ୍ର ଅନୁଷ୍ଠିତ ଜାତୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫୈସଲା କରିଥିଲେ। ଏଥି ମଧୢରେ ବ୍ୟାଙ୍କ ମାମଲା, କ୍ରମିନାଲ କମ୍ପାଉଣ୍ତେବଲ ମାମଲା, ଚାକିରି ଓ ଅବସରକାଳୀନ ପ୍ରାପ୍ୟ ସ˚ପର୍କିତ ମାମଲା, ବୈବାହିକ ବିବାଦ, ଭୂମି ଅଧିଗ୍ରହଣ, ବୀମା କ୍ଷତିପୂରଣ ମାମଲା ରହିଛି। ଏହି ଲୋକ ଅଦାଲତରେ ସାଧାରଣ ବୀମା କମ୍ପାନି ମଧୢରୁ ନ୍ୟୁ ଇଣ୍ତିଆ ଅସ୍ୟୁରାନ୍ସ, ନ୍ୟାସନାଲ ଇନସ୍ୟୁରାନ୍ସ, ଓରିଏଣ୍ଟାଲ ଇନସ୍ୟୁରାନ୍ସ, ୟୁନାଇଟେଡ୍‌ ଇଣ୍ତିଆ ଇନସ୍ୟୁରାନ୍ସ କମ୍ପାନି ଓ ଘରୋଇ ବୀମା କମ୍ପାନି ଅ˚ଶ ଗ୍ରହଣ କରିଥିଲେ। କ୍ଷତିପୂରଣ ବାବଦରେ ୬ କୋଟି ୨୯ ଲକ୍ଷ ୯ ହଜାର ଟଙ୍କା ପ୍ରଦାନ ପାଇଁ ଆଜି ଅନୁଷ୍ଠିତ ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି ବୋଲି ସୂଚନା ମିଳିଛି।

ସମ୍ବନ୍ଧିତ ଖବର