ହାଇକୋର୍ଟରେ ଲୋକ ଅଦାଲତ : ୪୧ ଲକ୍ଷ ୩୮ ହଜାର ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

Advertisment
ହାଇକୋର୍ଟରେ ଲୋକ ଅଦାଲତ : ୪୧ ଲକ୍ଷ ୩୮ ହଜାର ଟଙ୍କା କ୍ଷତିପୂରଣ ନିର୍ଦ୍ଦେଶ

କଟକ : ହାଇକୋର୍ଟରେ ଶନିବାର ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଓଡିଶା ରାଜ୍ୟ ଆଇନସେବା ପ୍ରାଧିକରଣର ମୁଖ୍ୟ ପୃଷ୍ଠପୋଷକ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଭିନିତ ସରନ, ପ୍ରାଧିକରଣର କାର୍ଯ୍ୟ ନିର୍ବାହୀ ଅଧ୍ୟକ୍ଷ ଜଷ୍ଟିସ୍‌ ଇନ୍ଦ୍ରଜିତ ମହାନ୍ତି ଓ ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷା କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ଡାଙ୍କ ମାର୍ଗଦର୍ଶନରେ ଏହି ଲୋକ ଅଦାଲତ ଅନୁଷ୍ଠିତ ହୋଇଛି। ହାଇକୋର୍ଟ ଆଇନସେବା କମିଟି ଆନୁକୂଲ୍ୟରେ ଅନୁଷ୍ଠିତ ଏହି ଲୋକ ଅଦାଲତରେ ୩୦ଟି ମାମଲାର ଫୈସଲା କରାଯାଇଛି। ହାଇକୋର୍ଟ ଆଇନସେବା କମିଟି ଅଧ୍ୟକ୍ଷା କୁମାରୀ ଜଷ୍ଟିସ ସଞ୍ଜୁ ପଣ୍ଡା, ଜଷ୍ଟିସ ବିଶ୍ୱଜିତ ମହାନ୍ତି, ଡକ୍ଟର ଜଷ୍ଟିସ ବି.ଆର୍‌.ଷଡଙ୍ଗୀ, ଜଷ୍ଟିସ୍‌ ବିଶ୍ୱନାଥ ରଥ, ଜଷ୍ଟିସ ଏସ୍‌.ଏନ୍‌.ପ୍ରସାଦ, ଜଷ୍ଟିସ୍‌ ଜେ.ପି.ଦାସ ଅନୁଷ୍ଠିତ ହାଇକୋର୍ଟ ସ୍ତରୀୟ ଲୋକ ଅଦାଲତରେ ମାମଲା ଗୁଡିକର ଫୈସଲା କରିଥିଲେ। ଏଥି ମଧ୍ୟରେ ବ୍ୟାଙ୍କ ମାମଲା, ବିଦ୍ୟୁତ ସଂପର୍କିତ ମାମଲା, କ୍ରିମିନାଲ କମ୍ପାଉଣ୍ଡେବଲ ମାମଲା, ବୀମା କ୍ଷତିପୂରଣ ସଂପର୍କିତ ମାମଲା ରହିଛି। କ୍ଷତିପୂରଣ ବାବଦରେ ୪୧ ଲକ୍ଷ ୩୮ ହଜାର ଟଙ୍କା ପ୍ରଦାନ ପାଇଁ ଲୋକ ଅଦାଲତରେ ନିର୍ଦ୍ଦେଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe