ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ତଦନ୍ତ କରିବେ ଲୋକାୟୁକ୍ତ

ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ତଦନ୍ତ କରିବେ ଲୋକାୟୁକ୍ତ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଥିବା ଦୁର୍ନୀତି ମାମଲାର ଲୋକାୟୁକ୍ତ ତଦନ୍ତ କରିବେ ବୋଲି ଜଣାଯାଇଛି। ଏହି ତଦନ୍ତ ପାଇଁ ଲୋକାୟୁକ୍ତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁପାରିସ କରିଛନ୍ତି। ଲୋକାୟୁକ୍ତ ଗଠନ ପରେ ପ୍ରଥମ ମାମଲା ଭାବେ ରାଜ୍ୟ ସରକାର ପ୍ରଦୀପ ପାଣିଗ୍ରାହୀଙ୍କ ମାମଲା ସୁପାରିସ କରିଛନ୍ତି।

ସୂଚନାଯୋଗ୍ୟ, ଗତ ୩ ତାରିଖରେ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରି କୋର୍ଟଚାଲାଣ କରିଥିଲା। ଜାମିନ୍‌ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ଏବେ ପ୍ରଦୀପ ପାଣିଗ୍ରାହୀ ଝାରପଡ଼ା ଜେଲ୍‌ରେ ଅଛନ୍ତି।

ଏଣେ ଟାଟା ମୋଟର୍ସ ଠକେଇ ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲ୍‌ରେ ଥିବା ଅଭିଯୁକ୍ତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଆଜି(ସୋମବାର) ଜାମିନ ଆବେଦନର ଶୁଣାଣି ହେବ। ଖୋର୍ଦ୍ଧା ଜିଲ୍ଲା ଓ ଦୌରାଜଜ୍‌ଙ୍କ କୋର୍ଟରେ ଏହି ଜାମିନ୍‌ ଶୁଣାଣି କରାଯିବ। ପ୍ରଦୀପ ଭିଡିଓ କନଫରେନ୍ସିଂ ଜରିଆରେ ହାଜର ହେବେ ବୋଲି ଜଣାପଡ଼ିଛି। ସେହିପରି କ୍ରାଇମବ୍ରାଞ୍ଚ ପକ୍ଷରୁ ଆକାଶ ପାଠକଙ୍କର ରିମାଣ୍ଡ ଆବେଦନ ଉପରେ ମଧ୍ୟ ଏସଡିଜେଏମ୍ କୋର୍ଟରେ ଶୁଣାଣି କରାଯିବ ବୋଲି ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe