ଭୁବନେଶ୍ବର: ଚଳିତ ବର୍ଷ (୨୦୨୩)ର ଜାନୁଆରି ମାସର ଚତୁର୍ଥ ଶନିବାର ବ୍ୟତୀତ ସବୁ ସରକାରୀ ଛୁଟିରେ ଲୋକସେବା ଭବନ ଉଦ୍ୟାନ ସର୍ବସାଧାରଣଙ୍କ ପାଇଁ ଖୋଲା ରହିବ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚଳିତ ମାସରେ ରବିବାର, ଦ୍ୱିତୀୟ ଶନିବାର ଓ ଅନ୍ୟ ଛୁଟିକୁ ମିଶାଇ ମୋଟ ଆଠଟି ଛୁଟିରେ ଅପରାହ୍ନ ଚାରି ଟାରୁ ଛଅଟା ପର୍ଯ୍ୟନ୍ତ ଜନସାଧାରଣ ଲୋକସେବା ଭବନର ପୁଷ୍ପ ଉଦ୍ୟାନ ବୁଲି ଦେଖି ପାରିବେ। ଆଜି ନୂଆବର୍ଷରେ ଜନସାଧାରଣ ଲୋକସେବା ଭବନ ଉଦ୍ୟାନ ବୁଲି ଦେଖି ପାରିବେ। ଏହି ଉଦ୍ୟାନ ବର୍ତ୍ତମାନ ବିଭିନ୍ନ କିସମର ଫୁଲରେ ସଜେଇ ହୋଇ ଅତ୍ୟନ୍ତ ମନୋରମ ପରିବେଶ ସ୍ରୁଷ୍ଟି କରିଛି।
ଜାନୁଆରି ମାସର ସବୁ ଛୁଟିଦିନ ଦର୍ଶକଙ୍କ ପାଇଁ ଖୋଲା ରହିବ ଲୋକସେବା ଭବନ ପୁଷ୍ପ ଉଦ୍ୟାନ
Advertisment
Follow Us