ଭୁବନେଶ୍ବର: ଆସନ୍ତା ଜୁନ୍ ୧୩ ତାରିଖରୁ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ରାଜ୍ୟରେ ବିଜେପି ସରକାର ଗଠନ ପରେ ସାମ୍ବାଦିକଙ୍କ ପାଇଁ ଖୋଲିବ ଲୋକସେବା ଭବନ। ଦୀର୍ଘବର୍ଷ ହେବ ସାମ୍ବାଦିକଙ୍କ ଲୋକସେବା ଭବନ ଯିବା ଉପରେ କଟକଣା ଲଗାଇଥିଲା ବିଜେଡି ସରକାର। କରୋନା କାଳରୁ ସାମ୍ବାଦିକଙ୍କ ଲୋକସେବା ଭବନରେ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା। ୨୦୨୦ ମାର୍ଚ୍ଚ ମାସରୁ ଏଭଳି ସ୍ଥିତି ଜାରି ରହିଥିଲା, ଯାହାକୁ ନେଇ ଅନେକ ସମୟରେ ବିଜେପି ପ୍ରତିବାଦ କରିବା ସହ ସାମ୍ବାଦିକଙ୍କ ପାଇଁ ଲୋକସେବା ଭବନ ଖୋଲାଯାଉ ବୋଲି ଦାବି ରଖିଥିଲା। ଏପରିକି ସରକାରଙ୍କ ଏଭଳି ନିଷ୍ପତ୍ତିକୁ ନେଇ ସାମ୍ବାଦିକଙ୍କ ମଧ୍ୟରେ ଅସନ୍ତୋଷ ମଧ୍ୟ ଦେଖିବାକୁ ମିଳିଥିଲା। କିନ୍ତୁ ଏବେ ଏଥିରେ ପୂର୍ଣ୍ଣଚ୍ଛେଦ ପଡ଼ିଛି ।
Advertisment
Sambad is now on WhatsApp
Join and get latest news updates delivered to you via WhatsApp