ଆଜି ମହାପ୍ରଭୁଙ୍କ ପଇତାଲାଗି, ୪ ଘଣ୍ଟା ଦର୍ଶନ ବନ୍ଦ

Advertisment
ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ୮ ନିଯୋଗଙ୍କ ସହ ଆଲୋଚନା

Holiday Resort Puri

ପୁରୀ : ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେଉଛି। ଏହି ଗୁପ୍ତନୀତି ପାଇଁ ଆସନ୍ତାକାଲି ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଇଛି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମିଳିଥିବା ସୂଚନା ମୁତାବକ, ଆସନ୍ତାକାଲି ଦ୍ବିତୀୟ ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ। ଆପାତତଃ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ଏହି ନୀତି ଅନୁଷ୍ଠିତ ହେବ। ଏହି ସମୟ ମଧ୍ୟରେ ଭକ୍ତଙ୍କ ଦର୍ଶନ ବନ୍ଦ ରଖାଯାଇଛି। ନୀତି ଶେଷ ପରେ ପୁନର୍ବାର ଦର୍ଶନ ସ୍ବାଭାବିକ ହେବ ବୋଲି ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe