India Today
ପଟ୍ଟାମୁଣ୍ଡାଇ : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳରେ ପ୍ରେମିକାର ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ କରି ଜଣେ ଯୁବକ ଗିରଫ ହୋଇଛି। ସୂଚନା ଅନୁସାରେ, ପଟ୍ଟାମୁଣ୍ଡାଇ ଥାନା ଅଞ୍ଚଳର ସୌମ୍ୟରଂଜନ ସାହୁ ସେହି ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଉଥିଲେ। ତେବେ ଯୁବତୀ ଜଣକ ତାଙ୍କ ବିବାହ ପ୍ରସ୍ତାବକୁ ଏଡ଼ାଇ ଦେଇଥିଲେ। ଏଥିରେ ପ୍ରତିଶୋଧପରାୟଣ ହୋଇ ସୌମ୍ୟରଂଜନ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରିଦେଇଥିଲେ। ଏପରିକି ଯୁବତୀଙ୍କ ମାମୁଙ୍କ ନିକଟକୁ ମଧ୍ୟ ପଠାଇ ଦେଇଥିଲେ। ପ୍ରେମିକାର ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୁଲିସ ଘଟଣାର ତଦନ୍ତ କରି ସୌମ୍ୟରଂଜନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
  
 Follow Us