ଗଭୀର ଅବପାତ ପ୍ରଭାବ: ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ; ପବନ ବହିବ

ଭୁବନେଶ୍ୱର: ବାଂଲାଦେଶ ଏବଂ ମିଆଁମାର ଉପକୂଳରେ ଗୁରୁବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି  ଏବଂ ଏହି ଅବପାତ ବର୍ତ୍ତମାନ ସ୍ଥଳଭାଗ ଅତିକ୍ରମ କରିଛି।  ସୂଚନା ଅନୁସାରେ, ଅବପାତ ପଶ୍ଚିମବଙ୍ଗର ଦୀଘା ନିକଟରେ  ସ୍ଥଳଭାଗ ଛୁଇଁଛି। ସନ୍ଧ୍ୟା ୭ରୁ୮ ଭିତରେ ଏହା ସ୍ଥଳଭାଗ ଅତିକ୍ରମ କରିଥିବା ଜଣାପଡ଼ିଛି।

ଏହି ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ୧୯ ଓ ୨୦ ଅଗଷ୍ଟ ଦୁଇଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ରେଡ୍‌ ଓ୍ଵାର୍ଣ୍ଣିଂ

ଆଜି ସନ୍ଧ୍ୟାରୁ ୨୦ ତାରିଖ ସକାଳ ୮ଟା ୩୦ ମଧ୍ୟରେ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅରେଞ୍ଜ ଓ୍ଵାର୍ଣ୍ଣିଂ

ସେହିପରି ଏହି ସମୟ ମଧ୍ୟରେ କେନ୍ଦ୍ରପଡ଼ା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ ଯାଜପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ  ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ୟେଲୋ ଓ୍ଵାର୍ଣ୍ଣିଂ

ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, ରାୟଗଡ଼ା, ଗଜପତି, ନବରଙ୍ଗପୁର, କୋରାପୁଟ, ମାଲକାନାଗିରି ଏବଂ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୨୧ ଅଗଷ୍ଟ ସକାଳ ୮ଟା ୩୦ ସୁଦ୍ଧା ଉତ୍ତର ଓଡିଶା ଏବଂ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି।

ଅରେଞ୍ଜ ଓ୍ଵାର୍ଣ୍ଣିଂ

ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାକୁ ଥିବା ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ, ସମ୍ବଲପୁର, ବରଗଡ, ସୋନପୁର ଏବଂ ବଲାଙ୍ଗୀର ଜିଲ୍ଲା ପାଇଁ  ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ୟେଲୋ ଓ୍ଵାର୍ଣ୍ଣିଂ
ସେହିପରି ଏହି ସମୟ ମଧ୍ୟରେ ମୟୂରଭଂଜ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, ଢେଙ୍କାନାଳ ଏବଂ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ଥିବାରୁ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ପବନର ବେଗ: ୧୯ ଅଗଷ୍ଟ

ଭଦ୍ରକ, ବାଲେଶ୍ୱର, ମୟୂରଭଂଜରେ ଘଣ୍ଟାପ୍ରତି ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବ।
କେନ୍ଦ୍ରପଡା, କଟକ, ଜଗତସିଂହପୁର, ଯାଜପୁର, ପୁରୀ, ଖୋର୍ଦ୍ଧା, ଗଂଜାମ ଏବଂ କେନ୍ଦୁଝର ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ।
ଢେଙ୍କାନାଳ, ନୟାଗଡ଼ ଏବଂ ଗଜପତି ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ।

ପବନର ବେଗ: ୨୦ ଅଗଷ୍ଟ

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରପଡ଼ା, ଜଗତସିଂହପୁର, ପୁରୀ, ଗଂଜାମ, ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ।
ଯାଜପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୁଳ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ଝାରସୁଗୁଡା ଜିଲ୍ଲାରେ ଘଣ୍ଟା ପ୍ରତି ପବନର ବେଗ ରହିବ ୩୦ରୁ ୪୦ କିଲୋମିଟର

ସମ୍ବନ୍ଧିତ ଖବର