ଭୁବନେଶ୍ବର: ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳ ଏବଂ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଉପରେ ଏବେ ଏକ ଘୂର୍ଣ୍ଣିବଳୟ ରହିଛି। ଏହା ଦକ୍ଷିଣ-ପଶ୍ଚିମ ଆଡ଼କୁ ଢଳି ରହିଛି। ଏହାର ପ୍ରଭାବରେ ଆସନ୍ତା ୧୩ ତାରିଖ ଆଡ଼କୁ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ଆସନ୍ତା ୧୩ ତାରିଖ ଆଡ଼କୁ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତାକାଲି ଜଗତସିଂହପୁର, ଖୋର୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପବନ ଜୋର୍ରେ ବହିବା ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିସହ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବରର ପାଗ ଆଂଶିକ ମେଘୁଆ ରହିବ। ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୬ ଡିଗ୍ରି ମଧ୍ୟରେ ରହିବ।