୧୮ରେ ଘୂର୍ଣ୍ଣିବଳୟ; ୪୮ ଘଣ୍ଟା ମଧ୍ୟରେ ଲଘୁଚାପ; ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ

Advertisment
୧୮ରେ ଘୂର୍ଣ୍ଣିବଳୟ; ୪୮ ଘଣ୍ଟା ମଧ୍ୟରେ ଲଘୁଚାପ; ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସେପ୍ଟେମ୍ବର ୧୮ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ, ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

publive-image

ଏହାର ପ୍ରଭାବରେ ୧୮ ଏବଂ ୧୯ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ( ୭ ରୁ ୧୧ସେମି) ଏବଂ ୨୦ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା (୭ ରୁ ୨୦ସେମି) ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୧୯ ଏବଂ ୨୦ ତାରଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

୨୪ ଘଣ୍ଟା ମଧ୍ୟରେ ୧୨ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋଓ୍ଵାର୍ଣ୍ଣିଂ

publive-image

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଉପକୂଳ ଓ ଆଭ୍ୟନ୍ତରର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ମୟୂରଭଞ୍ଜ, ସୁନ୍ଦରଗଡ଼, କେନ୍ଦୁଝର ଓ ଦେବଗଡ଼ ପ୍ରଭୃତି ୧୨ଟି ଜିଲ୍ଲାରେ ବଜ୍ରପାତ ସହ ବର୍ଷା କିମ୍ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୧୨ଟି ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ଟ୍ଵିନ୍‌ ସିଟି ପାଣିପାଗ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍‌ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି।

publive-image

ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି।

ସେହିପରି କଟକ ଓ ଏହାର ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘାଛନ୍ନ ରହିବା ସହ ବିଜୁଳି, ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe