ଭୁବନେଶ୍ବର: ଆସନ୍ତା ୧୩ରେ ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
ଟ୍ରପ୍ ଲାଇନ୍ ପ୍ରଭାବରେ ରାଜ୍ୟରେ ଝଡ ପବନ ସହ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି। ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିସବୁ ଜିଲ୍ଲା ଗୁଡ଼ିକ ମଧ୍ୟରେ ହେଲା ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ,ରାୟଗଡ଼ା ପ୍ରଭୃତି ରହିଛି।
ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି। ଆସନ୍ତା କାଲିଠାରୁ ରାଜ୍ୟରେ ବର୍ଷା ପରିମାଣ ବଢିବ । ୧୩ ତାରିଖ ବେଳକୁ ପବନର ବେଗ ଅଧିକ ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ଏହି ସମୟରେ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ବୋଲି ମନୋରମା ମହାନ୍ତି କହିଛନ୍ତି।
ସୂଚନାଯୋଗ୍ୟ,ମୌସୁମୀ ଋତୁ ଅର୍ଥାତ୍ ଜୁନ ୧ ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୬୫୩.୬ ମିମୀ ବର୍ଷା ରେକର୍ଡ ହୋଇଥିବା ବେଳେ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ,୪ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ଏବଂ ୧୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି।
Low pressure | Bay of Bengal
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2024-09-12t092703765z-halim.jpeg)
/sambad/media/media_files/2025/08/11/low-pressure-area-likely-to-form-in-central-bay-of-bengal-heavy-rain-forecast-till-17th-2025-08-11-17-31-38.jpg)