ଭୁବନେଶ୍ୱର: ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସଂପ୍ରତି ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ରହିଛି। ଲଘୁଚାପ କ୍ଷେତ୍ର ଏବଂ ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବ୍ୟାପିଛି। ଏହା କ୍ରମଶଃ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛିି। ଆହୁରି ଅଧିକ ଘନୀଭୂତ ହେବା ସହ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦିଗରେ ଗତିକରିବ। ଏହାର ପ୍ରଭାବରେ ରାଜ୍ୟରେ ୨୩ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା (୭ ରୁ ୨୦ସେମି) ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
୭ ଜିଲ୍ଲାକୁ ଅରେଞ୍ଜଓ୍ଵାର୍ଣ୍ଣିଂ
ପାଣିପାଗ ବିଭାଗର ବିଶ୍ଳେଷଣ ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୨୧ ତାରିଖ ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଏବଂ ବିଜୁଳି ଘଡଘଡି ମାରିବାର ସମ୍ଭାବନା ରହିଛି।
ବିଶେଷ କରି ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ଦେବଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ ରୁ ୨୦ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ କମଳା ଚେତାବନୀ ବା ଅରେଞ୍ଜଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
/sambad/media/post_attachments/wp-content/uploads/2022/09/A1-9.jpg)
୧୩ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ
ସେହିପରି ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, କନ୍ଧମାଳ, ଗଜପତି, ଗଂଜାମ, କଳାହାଣ୍ଡି, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ଟ୍ଵିନ୍ ସିଟି ପାଣିପାଗ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଟ୍ଵିନ୍ ସିଟି ଭୁବନେଶ୍ୱର ଓ କଟକରେ ମଧ୍ୟ ବଜ୍ରପାତ ସହ ହାଲୁକା ବର୍ଷାର ସମ୍ଭାବନା ରହିଛି।
ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ଅସରାଏ ଦୁଇଅସରା ବର୍ଷା ସହ କାଳବୈଶାଖୀର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2022/09/A2-6.jpg)
ସେହିପରି କଟକ ଓ ଏହାର ଆଖପାଖ ଅଞ୍ଚଳର ଆକାଶ ମେଘାଛନ୍ନ ରହିବା ସହ ବିଜୁଳି, ଘଡ଼ଘଡ଼ି ସହ ଅସରାଏ ଦୁଇଅସରା ବର୍ଷାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।
ମତ୍ସ୍ୟଜୀବୀଙ୍କ ପାଇଁ ଚେତାବନୀ:
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ଉପକୂଳ ଏବଂ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ରହିବା ସହ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ପାଇଁ ମତ୍ସ୍ୟଜୀବୀମାନଙ୍କୁ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/09/Rain-6.jpg)
/sambad/media/post_attachments/wp-content/uploads/2022/09/A3-5.jpg)