ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର

Advertisment
ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ହେତୁ ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରବିବାର ପୂର୍ବାନୁମାନ କରିଛି। ଏହି ଜିଲ୍ଲାମାନଙ୍କ ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଅନୁଗୁଳ, ଢ଼େଙ୍କାନାଳ, କଟକ, ସମ୍ବଲପୁର ଓ ବରଗଡ଼ରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି।  ତେଣୁ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

publive-image

ଗତକାଲି ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୩.୪ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୧୯.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ପୁରୀ, ରାୟଗଡ଼ା, ଗଞ୍ଜାମ, ବଲାଙ୍ଗୀର, ଜଗତସିଂହପୁର, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ସୋନପୁର, ଅନୁଗୁଳ, ବଲାଙ୍ଗୀର ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe