ଭୁବନେଶ୍ବର: ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗୁରୁବାର ସକାଳେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହାର ପ୍ରଭାବରେ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ରାଜ୍ୟର ସର୍ବାଧିକ ବର୍ଷା ରାୟଗଡ଼ାରେ ୪୧.୪ ମିମି, ନୟାଗଡ଼ରେ ୩୩.୨ ମିମି, ଛତ୍ରପୁରରେ ୨୪.୬ ମିମି ଓ କୋରାପୁଟରେ ୨୦.୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। 

Advertisment

ରବିବାର ସୁଦ୍ଧା ଲଘୁଚାପ କ୍ଷେତ୍ର ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ, ଦକ୍ଷିଣ ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆସନ୍ତାକାଲି କୋରାପୁଟ, ମାଲକାନଗିରି, ନବରଙ୍ଗପୁରକଳାହାଣ୍ଡି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ। ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ସହ ସମଗ୍ର ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ୧୪ ତାରିଖ ଦିନ ମଧ୍ୟ ଉପକୂଳ ଓ ପଶ୍ଚିମରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ସତର୍କ ସୂଚନା ଜାରି କରାଯାଇଛି। ୧୨ ଓ ୧୩ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳସ୍ଥିତ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ମତ୍ସଜୀବୀଙ୍କ ପ୍ରବେଶକୁ ବାରଣ କରାଯାଇଛି।