୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ, ୧୧ ପର୍ଯ୍ୟନ୍ତ ବର୍ଷିବ

ଭୁବନେଶ୍ବର : ଶୁକ୍ରବାରଦିନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସୁଦ୍ଧା ଆହୁରି ଘନୀଭୂତ ହୋଇଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ଓ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରୁ ରାଜ୍ୟରେ ଗତ କିଛି ଦିନ ହେଲା ନିଷ୍କ୍ରିୟ ହୋଇଯାଇଥିବା ମୌସୁମୀ ପୁଣି ସକ୍ରିୟ ହେବା ଆରମ୍ଭ କରିଛି ।

ଏହି ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ତେବେ ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, କନ୍ଧମାଳ କୋରାପୁଟ ଓ ବୌଦ୍ଧ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେଥିପାଇଁ ଏସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ୯ ତାରିଖ ବେଳକୁ ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ବି ବର୍ଷା ବଢିବାର ସମ୍ଭାବନା ରହିଛି । ଏଥିପାଇଁ କେତେକ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଢେଙ୍କାନାଳ, କୋରାପୁଟ, ମାଲକାନଗିରି, କନ୍ଧମାଳ ଜିଲ୍ଲା ପାଇଁ  ପାଣିପାଗ ବିଭାଗ ପକ୍ଷରୁ  ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି କରାଯାଇଛି ।

ସମ୍ବନ୍ଧିତ ଖବର